ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ :

Talk Always Truth

ଜିଲ୍ଲାପାଳଙ୍କ ରିପୋର୍ଟ ପରେ ସହାୟତା :

ଭୁବନେଶ୍ୱର, : ହେଲିକପ୍ଟରରେ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବର୍ତ୍ତମାନ ନଦୀରେ ଜଳସ୍ତର କମୁଥିବାବେଳେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଶୀଘ୍ର କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିବା ପରେ କ୍ଷତିପୂରଣ ସହାୟତା ରାଶି ଦିଆଯିବ।
ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ପ୍ରମୁଖ ବନ୍ୟା ସ୍ଥିତି ଅନୁଧ୍ୟାନ କରିଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ୩ଟି ଜିଲ୍ଲାର ୮ଟି ବ୍ଳକର ୮୧ଟି ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ବାଲେଶ୍ଵରର ବସ୍ତା, ବାଲିଆପାଳ!
ଭୋଗରାଇ ଓ ଜଳେଶ୍ଵର ବ୍ଳକ, ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ, ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଳକ ବନ୍ୟାରେ ପ୍ରଭାବିତ ହୋଇଛି। ବନ୍ୟାରେ ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ୫୮୬୯ ଜଣ ଲାକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।
ବର୍ତ୍ତମାନ ବାଲେଶ୍ଵର ଜିଲ୍ଲାରେ ସୁବର୍ଣ୍ଣରେଖା ଓ ଜଳକା ନଦୀରେ ପାଣି କମିବାରେ ଲାଗିଛି। ବନ୍ୟା ପରିସ୍ଥିତି ସମ୍ପୂର୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଓ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ।
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା
ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସ୍‌ଲା ଖାଦ୍ୟ ଓ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ବାଲେଶ୍ଵରରେ ୧୬ଟି, ଭଦ୍ରକରେ କରାଯାଇଛି। ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚେନ୍ ବ୍ୟବସ୍ଥା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page