socialtalknews

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ||

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ||

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ||

ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ୍‌ସିଟିରେ ସୁରକ୍ଷା କଡ଼ାକଡ଼ି |୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ !
କନକ ବ୍ୟୁରୋ : ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ ପୁଲିସ୍ । ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଏମ୍ସର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଏବଂ ସମସ୍ତ ସଦସ୍ୟ ଉତ୍କଣ୍ଠାର ସହିତ ଚାହିଁ ରହିଥିବା ପ୍ରକାଶ କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ । ଏମ୍ସ ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରାଜ୍ୟ ଗୌରବମୟ କଳା ସଂସ୍କୃତି, ଐତିହ୍ୟ ମାଧ୍ୟମରେ ମାନ୍ୟବର ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯିବ ।
ସେହିପରି କୃତୀ ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ଡିଗ୍ରୀ ଏବଂ ସ୍ବର୍ଣ୍ଣ ପଦକ ପ୍ରଦାନ କରିବେ । ଏମ୍ସ ଭୁବନେଶ୍ବରରେ ରାଷ୍ଟ୍ରପତି ପାଖାପାଖି ଏକ ଘଣ୍ଟା ରହିବା ନେଇ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ । ସେହିପରି ଆସନ୍ତାକାଲି ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ରହିଛି ଟ୍ବିନ୍‌ସିଟି କଟକ, ଭୁବନେଶ୍ଵର |

Share the Post:

Related Posts

ଗାଧୋଇବା ବେଳେ ଅଘଟଣ :

ପୁରୀ ସମୁଦ୍ରରେ ଗାଧୋଇବା ହେଲା କାଳ । ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଛାତ୍ର । ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ର ୪ନଂ ଜୋନରେ ଭଦ୍ରକରୁ

Read More

ବିରୋଧୀଙ୍କ ଆଖି ଖୋଲିଲେ ଅପରାଜିତା :

ଓଡିଶା ବନ୍ଦ କରିବା ପୂର୍ବରୁ ନିଜ ଅମଳର ସମୀକ୍ଷା କରିବା ଜରୁରୀ ଥିଲା!ବିରୋଧୀଙ୍କୁ ଆଇନା ଦେଖାଇଲେ ଆଜି ଅପରାଜିତା!ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ କଲେଜରେ ଛାତ୍ରୀ ନିଜ

Read More