୧୩ରେ ଘୂର୍ଣ୍ଣିବଳୟ ସମ୍ଭାବନା, ୧୭ ପର୍ଯ୍ୟନ୍ତ ବର୍ଷ !
ଭୁବନେଶ୍ୱର : ଆସୁଛି ଆଉ ଏକ ବଡ଼ ଲଘୁଚାପ । ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର କିମ୍ବା ଏହାର କିଛି ଦକ୍ଷିଣରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହା ପରବର୍ତ୍ତୀ ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ । କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ ଧରଣର ବର୍ଷା ହୋଇାପାରେ । ସେହିପରି ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ଆଜି ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଲି ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦କିମି ବେଗରେ ଝଟକା ପବନ ନେଇ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୭ ତାରିଖ ଦିନ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନକେନ୍ଦ୍ର । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ପୁଣି ବଢ଼ିଲା ସୁନା ରେଟ,
୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି