କିଏ ଚୋରି କରି ନେଇଗଲା ଶ୍ରୀଜିଉଙ୍କ ମୋଦକ ?

ଶ୍ରୀମନ୍ଦିର ପରିସରରେ ଆଜି ଘଟିଛି ଅଭାବନୀୟ ଘଟଣା। ଶ୍ରୀବିଗ୍ରହଙ୍କ ଲାଗି ଉଦ୍ଦେଶ୍ୟରେ ଆସିଥିବା ମୋଦକ ଚୋରି ହୋଇ ଯାଇଛି। ଲାଗି ପୂର୍ବରୁ ଚୋରି ହୋଇଥିବାରୁ ଏହା ମାରା ହୋଇଥିବା ଏବଂ କିଭଳି ମହାପ୍ରଭୁଙ୍କ ପାଖରେ ଲାଗିହେଲା କିଏ ଚୋରି କରି ନେଇଗଲେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଦଶମୂଳ ମୋଦକ । ମହାପ୍ରଭୁ ଙ୍କୁ ଲାଗି କରାଯାଇଛି ମାରା ମୋଦକ । ୭୦ଟି ମୋଦକ ଚୋରି ହୋଇଯାଇଛି ବୋଲି ଅଭିଯୋଗ କରାଯାଇଛି। ଏବଂ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ମଧ୍ୟ ଲେଖିଛନ୍ତି ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର । ସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଜ୍ବରରେ ପଡ଼ିଛନ୍ତି ମହାପ୍ରଭୁ । ଶ୍ରୀଜିଉଙ୍କୁ ସୁସ୍ଥ ହେବା ପାଇଁ ପାରମ୍ପରିକ ପଦ୍ଧତିରେ ଚାଲିଛି ଚିକିତ୍ସା । ଫୁଲୁରି ତେଲ ଲାଗିଲା ପରେ ରାଜବୈଦ୍ୟ ଦଶମୂଳ ମୋଦକ ଗାରଦରେ ଦାଖଲ କରିବାର ପରମ୍ପରା ରହିଛି ।

ରାଜବୈଦ୍ୟ ମୋଟ ୩୧୩ଟି ମୋଦକ ଦାଖଲ କରିଥାନ୍ତି । କିନ୍ତୁ ଏଥିରୁ ୭୦ଟି ମୋଦକ କମ ଥିବା ଅଭିଯୋଗ ହୋଇଛି । ୩୧୩ ସ୍ଥାନରେ ୨୪୩ଟି ମୋଦକ ମହାପ୍ରଭୁଙ୍କୁ ଲାଗି କରାଯାଇଥିବା ଅଭିଯୋଗ ଆଣିଛନ୍ତି ହଳଧର ଦାସ ମହାପାତ୍ର । ୭୦ଟି ମୋଦକ ଚୋରି ହୋଇଛି ବୋଲି କହିଛନ୍ତି ହଳଧର ଦାସ ମହାପାତ୍ର । ଏଠି ପ୍ରଶ୍ନ ଉଠୁଛି ମାରା ହୋଇଥିବା ମୋଦକ ମହାପ୍ରଭୁଙ୍କଠାରେ କିପରି ଲାଗି ହେଲା ? ଗାରଦ କାର୍ଯ୍ୟାଳୟରୁ କିଏ ଚୋରି କଲା ମୋଦକ? ସୁରକ୍ଷାକର୍ମୀ କଣ କରୁଥିଲେ ? କିଏ ଲାଗି କଲା ମାରା ମୋଦକ ? କାହିଁକି ବାରମ୍ବାର ଘଟୁଛି ବିଭ୍ରାଟ ? ଅକ୍ଷମଣିୟ ଅପରାଧର କର୍ଯ୍ୟାନୁଷ୍ଠାନ କେବେ ହେବ ?

Leave a Reply

Your email address will not be published. Required fields are marked *

You cannot copy content of this page