socialtalknews

ପୁଣି ବଢ଼ିଲା ସୁନା ରେଟ,

ପୁଣି ବଢ଼ିଲା ସୁନା ରେଟ,

ପୁଣି ବଢ଼ିଲା ସୁନା ରେଟ,

୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !
ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩, ୮୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୨,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୩ ହଜାର ୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୨,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୨,୩୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ ହଜାର,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୨,୩୩୦ ଓ ୯୩,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Share the Post:

Related Posts

ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲ :

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘରେ

Read More