socialtalknews

ବଢ଼ିଲା ସମୀର ସାହୁଙ୍କଜେଲ୍ ଅବଧି ||

ବଢ଼ିଲା ସମୀର ସାହୁଙ୍କଜେଲ୍ ଅବଧି ||

ବଢ଼ିଲା ସମୀର ସାହୁଙ୍କଜେଲ୍ ଅବଧି ||

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧିବାଲେଶ୍ବର: ବଢ଼ିଲା ସମୀର ସାହୁଙ୍କ ଜେଲ ଅବଧି । ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି । ବିଚାର ବିଭାଗୀୟ ହାଜତ ଅବଧି ଆଉ ୧୪ ଦିନ ବୃଦ୍ଧି କରାଯାଇଛି।ଗତକାଲି ଭିସିରେ ଏସଡିଜେଏମଙ୍କ ନିକଟରେ ହାଜର ହୋଇଥିଲେ ସମୀର ।ଜୀବନ ହରିବାକୁ ଉଦ୍ୟମ କରିଥିବା ଛାତ୍ରୀଙ୍କୁ ନିର୍ଯ୍ୟାତନା ଅଭିଯୋଗରେ ଗିରଫ ହୋଇଥିଲେ ଅଧ୍ୟାପକ ସମୀର ସାହୁ । ଅଧ୍ୟାପକ ଜାମିନ ପାଇଁ ତଳ କୋର୍ଟରେ ଆବେଦନ କରିଥିବା ବେଳେ ତାହା ନାମଞ୍ଜୁର ପରେ ଏବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ସେପଟେ ଘଟଣାକୁ ୧୫ ଦିନ ବିତିଲା । ଅଧ୍ୟାପକ ଓ ପ୍ରିନ୍ସପାଲଙ୍କ ବ୍ୟତିତ, ଛାତ୍ରୀ ମୃତ୍ୟୁ ଘଟଣାରେ ଆଉ କିଏ ଦାୟୀ, ତାର ତନାଘନା ତଦନ୍ତ ଚଲାଇଛି କ୍ରାଇମବ୍ରାଞ୍ଚ । ବାଲେଶ୍ୱର ଘଟଣାକୁ ସୁପ୍ରିମକୋର୍ଟ ଲଜ୍ଜାଜନକ କହିବା ପରେ, ଘଟଣାର ତଦନ୍ତକୁ ଚୂଡ଼ାନ୍ତ ସ୍ତରରେ ପହଞ୍ଚାଇବା କ୍ରାଇମବ୍ରାଞ୍ଚ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି ।

Share the Post:

Related Posts

ବିମାନବନ୍ଦରରୁ ମିଳିଲା :

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର

Read More

ଅଭାବ ଅନାଟନ ଭିତରେ ଜୀବନ :

ଆଜିବି ଅଭାବରେ ମାଟିଘର ମାଟିରେ ମିଶି ୬ ମାସ ବିତିଲା, ଜଙ୍ଗଲରେ ଭାଡ଼ି କରି ମୁଣ୍ଡ ଗୁଞ୍ଜିଛନ୍ତି ଜାନୀଙ୍କ ପରିବାର!ଆଡ଼େଇ ହୋଇ ରହିଛି ପ୍ରଶାସନକାକିରିଗୁମା, ତୁହାକୁ ତୁହା

Read More