ପେଟ୍ରୋଲ ଓ ଡିଜେଲର ନୂଆ ଦର , ଜାଣନ୍ତୁ କେତେ ବଢ଼ିଲା କେତେ କମିଲା ?
ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ ।
ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ . ୫୨ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ତେବେ ଭୁବନେଶ୍ୱରରେ ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ୍ ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ପୁଣି ବଢ଼ିଲା ସୁନା ରେଟ,
୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ !ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି