socialtalknews

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ: ୨୦୨୪ ଜୁନ ୯ରେ ତୃତୀୟଥର ପାଇଁ ଶପଥ ନେଇଥିଲେ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି । ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କ୍ରମାଗତ ୧୧ବର୍ଷ ଧରି ସେବା, ସୁଶାସନ ଓ ଗରିବକଲ୍ୟାଣର ସୁଫଳ ଲୋକଙ୍କୁ ମିଳୁଛି । ଗତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବ ବଳରେ କ୍ରମାଗତ ତୃତୀୟଥର ପାଇଁ ବିଜେପି କ୍ଷମତାକୁ ଆସିଥିଲା । ଏହାପରେ ଜୁନ ୯ରେ ପ୍ରଧାନମନ୍ତ୍ରୀ ଭାବେ ତୃତୀୟଥର ପାଇଁ ଶପଥ ନେଇଥିଲେ ନରେନ୍ଦ୍ର ମୋଦି । ୨୦୪୭ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ଦେଶରୁ ଗରିବୀ ହ୍ରାସ ପାଇଛି । ପିଏମ୍ ଆବାସ ଯୋଜନା, ପିଏମ୍ ଉଜ୍ଜ୍‌ଳା ଯୋଜନା, ଜନ ଧନ ଯୋଜନା, ଆୟୁଷ୍ମାନ ଯୋଜନା ଦ୍ବାରା ଅନେକ ଲୋକ ଉପକୃତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି, ଗରିବ କଲ୍ୟାଣ ଅନ୍ନ ଯୋଜନା, ମୁଦ୍ରା ଯୋଜନା, ଡିଜିଟାଲ ଇଣ୍ଡିଆ ଭଳି ବିଭିନ୍ନ ଯୋଜନା ଯୋଗୁଁ ଲୋକଙ୍କୁ ମିଳିଛି ଆର୍ଥିକ ସୁରକ୍ଷା। ଏଥିସହ ସାମାଜିକ ନ୍ୟାୟର ଏକ ନୂଆ ପର୍ବ ଆରମ୍ଭ ହୋଇଛି । ଆତ୍ମନିର୍ଭର, ସଶକ୍ତ ଭାରତ ଏବେ ସାରା ବିଶ୍ବ ପାଇଁ ଉଦାହରଣ ପାଲଟିଛି । ୧୧ବର୍ଷ ଧରି ସେବା, ସୁଶାସନ ଓ ଗରିବ କଲ୍ୟାଣର ସୁଫଳ ମିଳୁଛି । ଭିଜନ ୨୦୪୭କୁ ନେଇ କାମ କରୁଛନ୍ତି ସରକାର ।

Share the Post:

Related Posts

ବିମାନବନ୍ଦରରୁ ମିଳିଲା :

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର

Read More

ଅଭାବ ଅନାଟନ ଭିତରେ ଜୀବନ :

ଆଜିବି ଅଭାବରେ ମାଟିଘର ମାଟିରେ ମିଶି ୬ ମାସ ବିତିଲା, ଜଙ୍ଗଲରେ ଭାଡ଼ି କରି ମୁଣ୍ଡ ଗୁଞ୍ଜିଛନ୍ତି ଜାନୀଙ୍କ ପରିବାର!ଆଡ଼େଇ ହୋଇ ରହିଛି ପ୍ରଶାସନକାକିରିଗୁମା, ତୁହାକୁ ତୁହା

Read More