ରାକ୍ଷୀ ପଠାଇଛନ୍ତି କଲେଜ୍ ଛାତ୍ରୀ, ସୁରକ୍ଷା ପାଇଁ ଠାକୁରଙ୍କ ପାଖରେ କଲେ ଗୁହାରି
ସ୍ନେହ ଓ ବନ୍ଧନର ପର୍ବ ହେଉଛି ରକ୍ଷାବନ୍ଧନ । ସେଥିପାଇଁ ଏବେ ଠାରୁ ଚଳଚଞ୍ଚଳ ହୋଇଉଠିଲାଣି ଗାଁରୁ ସହର । ଏହି ଦିନକୁ ଅପେକ୍ଷା କରି ରହିଥାନ୍ତି ସବୁ ଭାଇ ଓ ଭଉଣୀ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ରାକ୍ଷୀ ବାନ୍ଧେ । କିନ୍ତୁ ଯେଉଁମାନେ ଦେଶର ସୁରକ୍ଷା ପାଇଁ ଦିନରାତି କାମ କରନ୍ତି, ସେମାନେ ଏହି ରାକ୍ଷୀ ବାନ୍ଧିବା ସୁଯୋଗରୁ ବଞ୍ଚିତ ହୋଇଥାନ୍ତି । ଖାସ୍ ସେମାନଙ୍କ ଅବଦାନକୁ ମନେ ପକେଇବା ପାଇଁ କିଛି କଲେଜ୍ ଛାତ୍ରୀ ଆରମ୍ଭ କରିଛନ୍ତି ନିଆରା ପ୍ରୟାସ । ଭାରତ ସୀମାରେ ରହି ଶତ୍ରୁଙ୍କ ସହ ଲଢ଼େଇ କରି ଆମକୁ ସୁରକ୍ଷା ଦେଉଥିବା ଯବାନଙ୍କ ପାଇଁ ରାକ୍ଷୀ ପଠାଇଛନ୍ତି କଲେଜ୍ ଛାତ୍ରୀ । ସେମାନଙ୍କୁ ପ୍ରକୃତ ଭାଇ ଭାବେ ସ୍ୱୀକାର କରି ଏଭଳି ଏକ ଉଦ୍ୟମ କରିଛନ୍ତି ଛାତ୍ରୀ ।
ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀମାନେ କରିଛନ୍ତି ଏମିତି ଅଭିନବ ପ୍ରୟାସ । ଆଗକୁ ରାକ୍ଷୀ ପୂର୍ଣ୍ଣିମା ଆସୁଥିବା ବେଳେ ଭାରତୀୟ ସୈନିକଙ୍କୁ ପଠାଇଛନ୍ତି ରାକ୍ଷୀ । ଭାରତୀୟ ସଂସ୍କୃତିରେ ରାକ୍ଷୀ ପୂର୍ଣ୍ଣିମା ଏକ ଅନନ୍ୟ ପର୍ବ ଯାହା ଭାଇ ଓ ଭଉଣୀଙ୍କ ମଧ୍ୟରେ ଅତୁଟ ସ୍ନେହ ଓ ବିଶ୍ୱାସର ବନ୍ଧନକୁ ସୁଦୃଢ କରିଥାଏ । ଏହି ପବିତ୍ର ଅବସରକୁ ଆଖି ଆଗରେ ରଖି ତାଳଚେର ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀମାନେ ଭାରତ ସୀମାରେ ନିୟୋଜିତ ବୀର ଯବାନମାନଙ୍କୁ ରାକ୍ଷୀ ପଠାଇଛନ୍ତି । ଏହା ସହ ସେମାନଙ୍କ ସୁରକ୍ଷା ପାଇଁ ଠାକୁରଙ୍କ ପ୍ରାର୍ଥନା କରିଛନ୍ତି ।
ଏହା ମହାବିଦ୍ୟାଳୟର ଏକ ପରମ୍ପରା , ଯେଉଁଥିରେ ଛାତ୍ରୀମାନେ ପ୍ରତିବର୍ଷ ଯବାନ ଭାଇମାନଙ୍କୁ ରାକ୍ଷୀ ପଠାନ୍ତି । ଯାହା ଦେଶପ୍ରେମ ଓ ଭାଇଚାରାର ଏକ ଅନୁପମ ଦୃଷ୍ଟାନ୍ତ ସ୍ଥାପନ କରୁଛି । ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଛାତ୍ରୀମାନେ ସ୍ୱହସ୍ତରେ ରାକ୍ଷୀ ପ୍ରସ୍ତୁତ କରି ସୈନିକମାନଙ୍କୁ ପଠାଇବା ସହ ସେମାନଙ୍କ ପାଇଁ ଆନ୍ତରିକ ଶୁଭେଚ୍ଛା ଓ ପ୍ରାର୍ଥନା ଜଣାଇଥିଲେ ।
ଛାତ୍ରୀମାନଙ୍କ ଏହି ଉଦ୍ୟମ କେବଳ ରାକ୍ଷୀ ପଠାଇବାରେ ସୀମିତ ନରହି ଦେଶପ୍ରେମ, ସାମାଜିକ ସଚେତନତା ଓ ଭାଇଚାରାର ବାର୍ତ୍ତାକୁ ସମାଜରେ ପ୍ରସାରିତ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏହା ମାଧ୍ୟମରେ ମହାବିଦ୍ୟାଳୟର ଛାତ୍ରୀମାନେ ନୂଆପିଢ଼ିଙ୍କ ମଧ୍ୟରେ ଦେଶ ପ୍ରେମର ଭାବନା ଜାଗ୍ରତ କରିବାକୁ ଚେଷ୍ଟା କରିଛନ୍ତି ।
ଛାତ୍ରୀମାନଙ୍କ କହିବା ଅନୁଯାୟୀ ଦେଶର ସୁରକ୍ଷା ପାଇଁ ସୈନିକମାନେ ଦିନ ରାତି ବୋର୍ଡରରେ ରହି ଶତ୍ରୁମାନଙ୍କ କବଳରୁ ଆମକୁ ରକ୍ଷା କରୁଛନ୍ତି । ରକ୍ଷା ବନ୍ଧନ ଭଳି ପବିତ୍ର ଦିନରେ ମଧ୍ୟ ସେମାନେ ନିଜ ଭଉଣୀ ଠାରୁ ଦୂରରେ ରହୁଛନ୍ତି । ତେଣୁ ଆମେ ସେହି ବୀର ଭାଇମାନଙ୍କୁ ଆହୁରି ସାହସୀ, ନିର୍ଭୀକ ଏବଂ ସୁରକ୍ଷିତ ରଖିବା ପାଇଁ ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରି ସୁରକ୍ଷା! କବଚ ଭାବେ ରାକ୍ଷୀ ପଠାଉଛୁ । ଦେଶର ବୀର ଯବାନଙ୍କ ପାଇଁ ଛାତ୍ରୀମାନଙ୍କର ଏଭଳି ଉଦ୍ୟମକୁ ସାଧାରଣରେ ବେଶ ପ୍ରଶଂସା କରାଯାଇଛି ।
ଯବାନଙ୍କ ପାଇଁ ତିଆରି ଚାଲିଛି ରାକ୍ଷୀ, କୁନି କୁନି ପିଲାଙ୍କ ନିଆରା ପ୍ରୟାସ !

ବିମାନବନ୍ଦରରୁ ମିଳିଲା :
ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରୁ ପୁଣି ବିପୁଳ ପରିମାଣର ମାରିଜୁଆନା ଜବତ । ୮ କେଜିର ମାରିଜୁଆନା ଜବତ କଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ । ଯାହାର