୧୩ରେ ଲଘୁଚାପ, ଆସନ୍ତାକାଲି ଠୁଁ ପ୍ରବଳ ବର୍ଷିବ ||

Talk Always Truth

ଭୁବନେଶ୍ୱର : ୧୩ରେ ଲଘୁଚାପ। ତିନି ଦିନ ପ୍ରବଳ ବର୍ଷିବ। ଉତ୍ତର ପଶ୍ଚିମ ଓ ସଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯିବ ।
ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଆଜି ୨୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ପ୍ରବଳ ବର୍ଷା ପାଇଁ ୯ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ବାକି ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ୧୩ରୁ ୧୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page