ପୁଣି ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

Talk Always Truth

ପୁଣି ଏୟାର ଇଣ୍ଡିଆ ବିମାନରେ ତ୍ରୁଟି ଦେଖିବାକୁ ମିଳିଛି । ଯାନ୍ତ୍ରିକ ତ୍ରୁଟି ପାଇଁ କୋଲକାତାରେ ଜରୁରୀ ଅବତରଣ କଲା ଆମେରିକାରୁ ଆସିଥିବା ବିମାନ । ଆମେରିକା କାର୍ଲିଫର୍ଣ୍ଣିଆର ସାନ୍-ଫ୍ରାନ୍ସିକୋରୁ ମୁମ୍ବାଇ ଯାଉଥିବା ଏହି ବିମାନ କୋଲକାତା ବିମାନବନ୍ଦରରେ ଅବତରଣ କରିଛି ହେଲେ ଏମିତି ବାରମ୍ବାର କାହିଁକି ଘଟୁଛି ତାକୁ ନେଇ ଯାତ୍ରୀଙ୍କ ମନ ରେ ଏତେ ଅସନ୍ତୋଷ ଦେଖା ଯାଉଛି…

ତେବେ ବିମାନର ଇଞ୍ଜିନର ଯାନ୍ତ୍ରିକ ଅସୁବିଧା ଯୋଗୁ ବିମାନକୁ ଜରୁରୀ ଅବତରଣ କରିବାକୁ ପଡିଲା । ଯାନ୍ତ୍ରିକ ତ୍ରୁଟି ପରେ ଯାତ୍ରୀମାନଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଥିଲା । ଏୟାରଇଣ୍ଡିଆର ବିମାନ ଏଆଇ୧୮୦ ଗତକାଲି ରାତି ୧୨ ଟା ୪୫ ମିନିଟ ସମୟରେ କୋଲକାତାରେ ଅବତରଣ କରିଥିଲା । ପରେ ଇଞ୍ଜିନରେ ତ୍ରୁଟି ଯୋଗୁ ବିମାନ ସେଠାରୁ ମୁମ୍ବାଇକୁ ଉଡାଣ ଭରିବାରେ ବିଳମ୍ବ ହୋଇଥିଲା । ପରେ ଭୋର ୫ଟା ୨୦ ମିନିଟ ସମୟରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଯିବାକୁ କୁହାଯାଇଥିଲା । ବିମାନର ସୁରକ୍ଷା ଦୃଷ୍ଟିରୁ ଯାତ୍ରୀଙ୍କୁ ଓହ୍ଲାଇଯିବାକୁ ପାଇଲଟ ଅନୁରୋଧ କରିଥିଲେ । 

ବାରମ୍ବାର ଏୟାରଇଣ୍ଡିଆ ବିମାନରେ ତ୍ରୁଟି ଯୋଗୁ ଯାତ୍ରୀଙ୍କୁ ହନ୍ତସସ୍ତ ହେବାକୁ ପଡୁଛି । ଗତକାଲି ହଂକଂରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନ ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହଂକଂ ଫେରିଥିଲା । ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନର ବିମାନ ଫ୍ଲାଇଟ୍ ଏଆଇ ୩୧୫ ଠିକ୍ ସମୟରେ ହଂକଂରୁ ଉଡ଼ାଣ ଭରିଥିଲା । କିନ୍ତୁ ଉଡ଼ାଣ ପରେ କିଛି ସମୟ ମଧ୍ୟରେ ପାଇଲଟଙ୍କୁ ସମ୍ଭାବ୍ୟ ତ୍ରୁଟିର ସଙ୍କେତ ମିଳିଥିଲା । ଯାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପାଇଲଟ ତୁରନ୍ତ ବିମାନକୁ ହଂକଂର ଚେକ୍ ଲାପ କୋକ ବିମାନବନ୍ଦରକୁ ଫେରାଇ ନେଇଥିଲେ । ଆଉ ଏକ ବଡ ଅଘଟଣରୁ ଯାତ୍ରୀ ଅଳ୍ପକେ ବର୍ତ୍ତିଗଲେ ।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page