socialtalknews

ଓଡ଼ିଶା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କରିଦେଲେ ମୋଦି

ଓଡ଼ିଶା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କରିଦେଲେ ମୋଦି

ଓଡ଼ିଶା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କରିଦେଲେ ମୋଦି

ଓଡ଼ିଶା ଆସିବା ପାଇଁ ଆମେରିକା ଯିବାକୁ ମନା କଲେ ମୋଦି । ତାଙ୍କପାଇଁ ଆମେରିକାଠୁ ଅଧିକ ଜରୁରୀ ଥିଲା ଜଗନ୍ନାଥ ଧାମ ଯିବା ସେଥିପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଆଗୁଆ ଜଣାଇଥିଲେ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ସିଧା ସିଧା ମନା କରିଦେଇଥିଲେ ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମ ଯୋଗ ଦେଇ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିବା ଅବସରରେ ଏ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କପାଇଁ ଅଧିକ ଜରୁରୀ ଥିଲା ଓଡିଶା ଆସିବା | ଏକଥା ବି କହିଛନ୍ତି ମୋଦି ଯେମିତି ମହାପ୍ରଭୁ ମୋତେ ଟାଣି ଆଣିଛନ୍ତି ଏଠାକୁ |

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମୁଁ କାନାଡ଼ା ଗସ୍ତରେ ଥିଲାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋତେ ଫୋନ କରି ୱାସିଂଟନ ଆସିବାକୁ ସାଦର ନିମନ୍ତ୍ରଣ କରିଥିଲେ । କାନାଡା ଆସିଛନ୍ତି, ୱାସିଂଟନ ହୋଇ ଯିବେ । ସାଙ୍ଗ ହୋଇ ଖାଇବା, କଥା ହେବା କହିଥିଲେ । ହେଲେ ଓଡ଼ିଶା ଆସିବାର ଥିଲା ବୋଲି ମୁଁ ଟ୍ରମ୍ପଙ୍କୁ ମନା କଲି । ମୋତେ ଜଗନ୍ନାଥ ଧାମରୁ ନିମନ୍ତ୍ରଣ ଅଛି । ମହାପ୍ରଭୁଙ୍କ ମାଟି ଯିବା ଜରୁରୀ ବୋଲି ତାଙ୍କୁ କହିଲି । ମହାପ୍ରଭୁ ମୋତେ ଏଠାକୁ ଟାଣି ଆଣିଛନ୍ତି ବୋଲି ସମ୍ବୋଧନରେ କହିଛନ୍ତି ମୋଦି ।

Share the Post:

Related Posts

ହିମାଚଳରେ ବନ୍ୟାର ତାଣ୍ଡବ ||

ବନ୍ୟା ଏବଂ ଭୂସ୍ଖଳନରେ ୬୩ ମୃତ, ୪୦ ନିଖୋଜ ,ପାଖାପାଖି ୪୦୦ କୋଟିର କ୍ଷୟକ୍ଷତି ,ବାଦଲ ଫଟା ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟା ସ୍ଥିତିଜୁଲାଇ ୭

Read More