socialtalknews

୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣୀ

୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣୀ

୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣୀ

ଆଉ ଜଣେ ଲାଞ୍ଚ ନେବା ବେଳେ ଧାରା ପଡ଼ିଲେ ଭିଜିଲାନ୍ସ ହାତରେ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆକାଉଣ୍ଟାଣ୍ଟ | ସେ ହେଉଛନ୍ତି କୁଜଙ୍ଗ ବିଇଓ ଅଫିସର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ବାଇଁ । ସୂର୍ଯ୍ୟକାନ୍ତ ସ୍ୱାଇଁ ଜଣେ ଶିକ୍ଷକଙ୍କଠାରୁ ଘର ନିର୍ମାଣ ଅଗ୍ରିମ ବିଲ୍ କରିବା ପାଇଁ ୧,୫୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଏହି ସମୟରେ ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁଙ୍କୁ ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ଟିମ୍‌ ।

ସୂଚନା ମୁତାବିକ : ସୂର୍ଯ୍ୟକାନ୍ତ ସ୍ୱାଇଁ ଜଣେ ଶିକ୍ଷକଙ୍କଠାରୁ ଘର ନିର୍ମାଣ ଅଗ୍ରିମ ବିଲ୍ କରିବା ପାଇଁ ୧,୫୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ | ଉକ୍ତ ଗୃହ ନିର୍ମାଣ ଅଗ୍ରିମ ଟଙ୍କା ପୂର୍ବରୁ ସରକାରଙ୍କ କ୍ଷମତାପ୍ରାପ୍ତ କର୍ତ୍ତୃପକ୍ଷଙ୍କ ଦ୍ୱାରା ମଞ୍ଜୁର କରାଯାଇଥିଲା । କିନ୍ତୁ କୁଜଙ୍ଗର ବିଇଓ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁ କୌଣସି କାରଣ ବିନା ବିଲ୍ ପ୍ରସ୍ତୁତ କରିବାରେ ବିଳମ୍ବ କରୁଥିଲେ । ବିଲ୍‌ର ପ୍ରକ୍ରିୟାକରଣ ଏବଂ ରିଲିଜ୍ ପାଇଁ ୫୦୦୦ଟଙ୍କା ଲାଞ୍ଚ ମାଗିଥିଲେ । ତେଣୁ ଅନ୍ୟ କୌଣସି ଉପାୟ ନପାଇ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ସମ୍ମୁଖରେ ଶିକ୍ଷକ ଜଣକ ଏନେଇ ଅଭିଯୋଗ କରିଥିଲେ । ଉକ୍ତ ଅଭିଯୋଗ ଆଧାରରେ ଗୁରୁବାର ଆକାଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁଙ୍କୁ ଅଭିଯୋଗକାରୀଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରିଛି ଭିଜିଲାନ୍ସ ଟିମ୍‌ । ତାଙ୍କ ପାଖକୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହାପରେ ସୂର୍ଯ୍ୟକାନ୍ତଙ୍କ ଦୁଇଟି ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢ଼ାଉ ଜାରି ରଖିଥିବା ସୂଚନା ମିଳିଛି ।

Share the Post:

Related Posts

ହିମାଚଳରେ ବନ୍ୟାର ତାଣ୍ଡବ ||

ବନ୍ୟା ଏବଂ ଭୂସ୍ଖଳନରେ ୬୩ ମୃତ, ୪୦ ନିଖୋଜ ,ପାଖାପାଖି ୪୦୦ କୋଟିର କ୍ଷୟକ୍ଷତି ,ବାଦଲ ଫଟା ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟା ସ୍ଥିତିଜୁଲାଇ ୭

Read More