Talk Always Truth

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା :

କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ :
ଭୁବନେଶ୍ୱର, ୦୧/୦୮ : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି। ହାତ ଲେଖା ପ୍ରଶ୍ନପତ୍ର ଲାପଟପ୍‌ରୁ ବାହାରିଲା ବୋଲି କୁହାଯାଉଛି। ଏବେ ପ୍ରଶ୍ନ ଉଠୁଛି ବୋର୍ଡ ଉପସଭାପତିଙ୍କ ଲାପଟପରେ ଏଭଳି ପ୍ରଶ୍ନପତ୍ର ରୁହେ କି ? ଲିକ୍ କରିଥିବା ବ୍ୟକ୍ତିଙ୍କୁ ପାସୱାର୍ଡ ଦେଲା କିଏ ? ପୂର୍ବରୁ ବୋର୍ଡ ଉପସଭାପତିଙ୍କୁ ଅପସାରଣ କରିବା ପାଇଁ ବହୁବାର ଅଭିଯୋଗ ହୋଇଛି। କିନ୍ତୁ ସରକାର ଜଣେ ବ୍ୟକ୍ତିକୁ କାହିଁକି ଏତେ ବର୍ଷ ଧରି ଗୋଟିଏ ପଦବୀରେ ରଖିଥିଲେ ?
ବିଜୟ ପଟ୍ଟନାୟକ ପୁଣି କହିଛନ୍ତି, ଚାରୁ ମାଇଣ୍ଡ ୱାର୍କସ୍ ନାମକ ଏକ ରାଜସ୍ଥାନର ଘରୋଇ ସଂସ୍ଥା ପରୀକ୍ଷା ସହ ସଂଶ୍ଲିଷ୍ଟ ଅଛି। ଯେଉଁ ସଂସ୍ଥା ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କ ଝିଅ ଓ ଜ୍ୱାଇଁଙ୍କର ବୋଲି ଚର୍ଚ୍ଚା ହେଉଛି। ଏ ଦିଗରେ ସରକାର ନିରପେକ୍ଷ ତଦନ୍ତ କରନ୍ତୁ। ବୋର୍ଡ ଉପସଭାପତିଙ୍କ ସମ୍ପୃକ୍ତି ନେଇ ତଦନ୍ତ ହେଉ। ତାଙ୍କୁ ସେ ପଦରୁ ଅପସାରଣ କରାଯାଉ ବୋଲି ବିଜୟ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛନ୍ତି।


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page