ଟ୍ରମ୍ପ ଓ ପୁଟିନ୍‌ଙ୍କ ମଧ୍ୟରେ ବୈଠକ ଶେଷ, ଯୁଦ୍ଧବିରତି ପାଇଁ ହୋଇପାରିଲାନାହିଁ ସହମତି

Talk Always Truth

ନୂଆଦିଲ୍ଲୀ : ଆଲାସ୍କାର ଆଙ୍କୋରେଜରେ ବିଶ୍ବର ଦୁଇ ମହାଶକ୍ତିଙ୍କ ବୈଠକ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହୋଇଥିବା ବୈଠକରେ ୟୁକ୍ରେନ ଯୁଦ୍ଧ, ପାରସ୍ପରିକ ସମ୍ପର୍କ ଏବଂ ସହଯୋଗ ଆଦି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ବୈଠକରେ ଆଲୋଚନା ସକାରାତ୍ମକ ଥିବା ବୋଲି କୁହାଗଲେ ବି ଏଥିରେ ଯୁଦ୍ଧବିରତି ପାଇଁ ସହମତି ହୋଇପାରିନାହିଁ। ବୈଠକ ପରେ ଦୁଇ ନେତା ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧନ କରିଥିଲେ, ମାତ୍ର ସାମ୍ବାଦିକମାନଙ୍କର କୌଣସି ପ୍ରଶ୍ନର ଉତ୍ତର ଦେଇନଥି‌ଲେ। ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ପୁଟିନ କହିଛନ୍ତି ଯେ ଆଲାସ୍କା ରୁଷ ଏବଂ ଆମେରିକାର ସହଭାଗୀ ଇତିହାସର ଏକ ଅଂଶ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁଇ ଦେଶ ଶତ୍ରୁମାନଙ୍କ ବିରୁଦ୍ଧରେ ଏକାଠି ଲଢ଼ିଥିଲେ। ରୁଷ ରାଷ୍ଟ୍ରପତି ଆହୁରି କହିଛନ୍ତି ଯେ ଆଲୋଚନାର ଏକ ବଡ଼ ଅଂଶ ୟୁକ୍ରେନ ଉପରେ କେନ୍ଦ୍ରିତ ଥିଲା। ସେ କହିଛନ୍ତି ଯେ ପରିସ୍ଥିତିରେ ଉନ୍ନତି ଆଣିବା ଆବଶ୍ୟକ ଏବଂ ଏଥିପାଇଁ ଟ୍ରମ୍ପଙ୍କ ଇଚ୍ଛାକୁ ପ୍ରଶଂସା କରିଛନ୍ତି। What to know about the Trump-Putin meeting in Alaska - BBC Newsପୁଟିନ ଏହା ମଧ୍ୟ କହିଛନ୍ତି ଯେ ଆର୍କଟିକ୍ ଅଞ୍ଚଳରେ ରୁଷ-ଆମେରିକା ସହଯୋଗ ସମ୍ଭବ ଏବଂ ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ନିବେଶ ପାଇଁ ବିପୁଳ ସମ୍ଭାବନା ରହିଛି। ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ପୁଟିନ କହିଛନ୍ତି ଯେ ଆଲାସ୍କା ରୁଷ ଏବଂ ଆମେରିକାର ସହଭାଗୀ ଇତିହାସର ଏକ ଅଂଶ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁଇ ଦେଶ ଶତ୍ରୁମାନଙ୍କ ବିରୁଦ୍ଧରେ ଏକାଠି ଲଢ଼ିଥିଲେ। ରୁଷ ରାଷ୍ଟ୍ରପତି ଆହୁରି କହିଛନ୍ତି ଯେ ଆଲୋଚନାର ଏକ ବଡ଼ ଅଂଶ ୟୁକ୍ରେନ ଉପରେ କେନ୍ଦ୍ରିତ ଥିଲା। ସେ କହିଛନ୍ତି ଯେ ପରିସ୍ଥିତିରେ ଉନ୍ନତି ଆଣିବା ଆବଶ୍ୟକ ଏବଂ ଏଥିପାଇଁ ଟ୍ରମ୍ପଙ୍କ ଇଚ୍ଛାକୁ ପ୍ରଶଂସା କରିଛନ୍ତି। ପୁଟିନ ଏହା ମଧ୍ୟ କହିଛନ୍ତି ଯେ ଆର୍କଟିକ୍ ଅଞ୍ଚଳରେ ରୁଷ-ଆମେରିକା ସହଯୋଗ ସମ୍ଭବ ଏବଂ ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ ନିବେଶ ପାଇଁ ବିପୁଳ ସମ୍ଭାବନା ରହିଛି। ଏଣେ ଏହି ସାମ୍ବାଦିକ ସମ୍ମିଳନୀରେ ଟ୍ରମ୍ପ କହିଛନ୍ତି ଯେ ସେ ଖୁବ୍ ଶୀଘ୍ର ନାଟୋ ଏବଂ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକିଙ୍କ ସହ କଥା ହେବେ। ସେ କହିଛନ୍ତି ଯେ ବୈଠକରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହେବ। ଟ୍ରମ୍ପ ସୂଚିତ କରିଛନ୍ତି ଯେ ସେ ଖୁବ୍ ଶୀଘ୍ର ପୁଟିନଙ୍କୁ ପୁଣି ଥରେ ଭେଟିପାରନ୍ତି। 


Talk Always Truth

Leave a Reply

Your email address will not be published. Required fields are marked *

You cannot copy content of this page