ଗୋପାଳପୁର ଅତିକ୍ରମ କଲା ଅବପାତ, ଉତ୍ତରପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ମୁହାଁ ହେବ !

By – subhasmita Aug 19 2025
ଭୁବନେଶ୍ବର: ଗୋପାଳପୁର ଅତିକ୍ରମ କଲା ଅବପାତ। ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଏକ ଅବପାତରେ ପରିଣତ ହୋଇଥିଲା। ମଙ୍ଗଳବାର ମଧ୍ୟାହ୍ନ ସହ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହା ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ଜଣାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

You cannot copy content of this page