By -SUBHASMITA ସେପ୍ଟେମ୍ବର 16 2025
ଭୁବନେଶ୍ୱର:
ଟ୍ରଫ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାଭାସ ଅନୁସାରେ ଆଜିଠୁ ଆଗାମୀ 4ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେଓଗଡ, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ 30–40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡିର ସମ୍ଭାବନା ରହିଛି ।
ଆସନ୍ତାକାଲି (17 ସେପ୍ଟେମ୍ବର) ଉପକୂଳ ଓ ଉତ୍ତର ଓଡ଼ିଶାର 14ଟି ଜିଲ୍ଲାରେ (ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଓ ଗଜପତି) ବର୍ଷା ସହ ବିଜୁଳି ପଡ଼ିବାର ଆଶଙ୍କା ରହିଛି ।
18 ସେପ୍ଟେମ୍ବରରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ୟେଲୋ ୱାର୍ଣ୍ଣିଂ ଘୋଷଣା କରାଯାଇଛି ।
ସେହିପରି 19 ସେପ୍ଟେମ୍ବରରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଓ ଗଜପତିରେ ମଧ୍ୟମ ବର୍ଷା ସହ ବିଜୁଳି ଘଡଘଡିର ସମ୍ଭାବନା ରହିଛି! ବିଜୁଳି ଓ ପବନ ବିପଦକୁ ଧ୍ୟାନରେ ରଖି ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।
Socialtalknews