socialtalknews

୬୦ ଦିନ ମଧ୍ୟରେ ବିମାନବନ୍ଦରର ଆଖ ପାଖ ଘର ଭାଙ୍ଗିବେ ମାଲିକ |

ଏଥର କମିବ ବିମାନ ବନ୍ଦର ନିକଟରେ ରହିଥିବା ଘର ଓ ଗଛର ଉଚ୍ଚତା । ନୋଟିସ ପାଇବାର ୬୦ ଦିନରେ ଘର ଭାଙ୍ଗିବେ ମାଲିକ । ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ କୁହାଯାଇଛି ଯେ, ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ଠାରୁ ନୋଟିସ୍ ପାଇବା ପରେ ୬୦ ଦିନ ମଧ୍ୟରେ ମାଲିକମାନଙ୍କୁ ଘରର ଉଚ୍ଚତା କମ କରିବାକୁ ହେବ । ଏଥି ସହ ଯେଉଁ … Read more

ପ୍ରଧାନମନ୍ତ୍ରୀ ମୋଦି କରିବେ ରୋଡ୍ ଶୋ

ରାଜ୍ୟରେ ବିଜେପି ସରକାରର ପ୍ରଥମ ବର୍ଷପୂର୍ତ୍ତି ପାଇଁ ଆସନ୍ତା ୨୦ତାରିଖରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଉଭୟ ସରକାରୀ ଓ ଦଳୀୟ ସ୍ତରରେ ଆରମ୍ଭ ହୋଇସାରିଛି । ପ୍ରଧାନମନ୍ତ୍ରୀ ମୋଦି ଏକ ବିଶାଳ ରୋଡ୍ ଶୋ’ରେ ଯାଇ ସେଠାରେ ଜନତା ମଇଦାନରେ ଆୟୋଜିତ ବିଶାଳ ଜନସମାବେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଶୁକ୍ରବାର ରାତିରେ … Read more

ଝାଡ଼ାବାନ୍ତି ନେଇ ଲୋକସେବା ଭବନରେ ବସିଛି କେନ୍ଦ୍ରୀୟ ଟିମର ବଡ଼ ବୈଠକ।

ରାଜ୍ୟ ସରକାରଙ୍କ ସହ କେନ୍ଦ୍ରୀୟ ଟିମ୍‌ର ବଡ଼ ବୈଠକ । ଗ୍ରାଉଣ୍ଡ ରିପୋର୍ଟ ନେଇ ବୈଠକରେ ଆଲୋଚନା ହୋଇଛି । ଆଗାମୀ ପଦକ୍ଷେପ ନେଇ ସରକାରଙ୍କୁ ପରାମର୍ଶ ଦେବେ ଏହି ଟିମ୍‌ର ସଦସ୍ୟ। ସେପଟେ ଦୂଷିତ ପାଣି ଯୋଗୁ ଡାଇରିଆ ବ୍ୟାପିଥିବା ନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଇଲେ କେନ୍ଦ୍ରୀୟ ଟିମ୍ । ରାଜ୍ୟରେ ଝାଡାବାନ୍ତି ସ୍ଥିତି ସାମାନ୍ୟ କମିଥିଲେ ବି ଏଥିରେ ସମ୍ପୂର୍ଣ୍ଣ ବ୍ରେକ୍ ଲାଗିନି । ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି। ପ୍ରତିଦିନ … Read more

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା

ଗୋପାଳପୁରକୁ ବୟଫ୍ରେଣ୍ଡ ସହ ବୁଲିବାକୁ ଯାଇ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ । ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗତକାଲି ୭ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିଲା । ଆଜି ୩ ଜଣଙ୍କୁ ଧରିଲା ଗୋପାଳପୁର ପୋଲିସ । ଅଭିଯୁକ୍ତମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିବାବେଳେ ପୋଲିସ ସେମାନଙ୍କୁ କାବୁ କରିଛି । ଆଜି ଘଟଣାସ୍ଥଳକୁ ଯାଇ ଛାନ୍‌ଭିନ୍ କରିବ ପୋଲିସ । ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ … Read more

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ: ୨୦୨୪ ଜୁନ ୯ରେ ତୃତୀୟଥର ପାଇଁ ଶପଥ ନେଇଥିଲେ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି । ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କ୍ରମାଗତ ୧୧ବର୍ଷ ଧରି ସେବା, ସୁଶାସନ ଓ ଗରିବକଲ୍ୟାଣର ସୁଫଳ ଲୋକଙ୍କୁ ମିଳୁଛି । ଗତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବ ବଳରେ କ୍ରମାଗତ ତୃତୀୟଥର ପାଇଁ ବିଜେପି କ୍ଷମତାକୁ ଆସିଥିଲା । ଏହାପରେ ଜୁନ ୯ରେ ପ୍ରଧାନମନ୍ତ୍ରୀ ଭାବେ ତୃତୀୟଥର ପାଇଁ ଶପଥ ନେଇଥିଲେ ନରେନ୍ଦ୍ର ମୋଦି । ୨୦୪୭ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ଦେଶରୁ ଗରିବୀ ହ୍ରାସ ପାଇଛି । ପିଏମ୍ ଆବାସ ଯୋଜନା, ପିଏମ୍ ଉଜ୍ଜ୍‌ଳା ଯୋଜନା, ଜନ ଧନ ଯୋଜନା, ଆୟୁଷ୍ମାନ ଯୋଜନା ଦ୍ବାରା ଅନେକ ଲୋକ ଉପକୃତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି, ଗରିବ କଲ୍ୟାଣ ଅନ୍ନ ଯୋଜନା, ମୁଦ୍ରା ଯୋଜନା, ଡିଜିଟାଲ ଇଣ୍ଡିଆ ଭଳି ବିଭିନ୍ନ ଯୋଜନା ଯୋଗୁଁ ଲୋକଙ୍କୁ ମିଳିଛି ଆର୍ଥିକ ସୁରକ୍ଷା। ଏଥିସହ ସାମାଜିକ ନ୍ୟାୟର ଏକ ନୂଆ ପର୍ବ ଆରମ୍ଭ ହୋଇଛି । ଆତ୍ମନିର୍ଭର, ସଶକ୍ତ ଭାରତ ଏବେ ସାରା ବିଶ୍ବ ପାଇଁ ଉଦାହରଣ ପାଲଟିଛି । ୧୧ବର୍ଷ ଧରି ସେବା, ସୁଶାସନ ଓ ଗରିବ କଲ୍ୟାଣର ସୁଫଳ ମିଳୁଛି । ଭିଜନ ୨୦୪୭କୁ ନେଇ କାମ କରୁଛନ୍ତି ସରକାର ।